
ଅତାବିରା, ୨୧/୨(ସଂସ୍କୃତି ମିଡ଼ିଆ )- ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ଆନ୍ତର୍ଜାତୀୟ ମାତୃଭାଷା ଦିବସ” ବୁଧବାର ଦିନ ପାଳିତ ହୋଇ ଯାଇଅଛି । ଏହି ଅବସରରେ ପରିଚାଳନା ସମିତିର କୋଷାଧ୍ୟକ୍ଷ ଶ୍ରଯୁକ୍ତ ପ୍ରେମାନନ୍ଦ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କର ଶୁଭ କାମନା କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ମୁଖ୍ୟ ବକ୍ତା ଭାବେ ଶ୍ରଯୁକ୍ତ କାଳିଚରଣ ହୋତା ଯୋଗ ଦେଇ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନର ଉଦ୍ଦେଶ୍ୟ ଜ୍ଞାପନ କରି ଶିଶୁ ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ସୁଶ୍ରୀ ଜନନୀ ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ତରିଆ ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁ ମାନଙ୍କ ଦ୍ବାରା ଅନ୍ତାକ୍ଷରୀ, ଧନ୍ଦା ଆବୃତ୍ତି, ସୁଲିଖନ, ବକ୍ତୃତା, ଲୋକଗୀତ, ପୁସ୍ତକ ପଠନ, ଆଶୁଭାଷଣ, ପ୍ରବନ୍ଧ, ଗଳ୍ପ ଓ କବିତା ରଚନା ଇତ୍ୟାଦି ପ୍ରତିଯୋଗିତା କାର୍ଯ୍ୟକ୍ରମ କରାଯାଇଥିଲା।ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀଙ୍କ ସାହାଯ୍ୟ ଓ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା।