ବରଗଡ଼ ଜିଲ୍ଲାରେ ୨୧୪୯ କୋଟି ଟଙ୍କାର ୬୨ଟି ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କ‌ଲେ ମୁଖ୍ୟମନ୍ତ୍ରୀ, ପଦ୍ମପୁରକୁ ନେଇ କିଛି କହିଲେ ନାହିଁ

0

ବରଗଡ଼: (ସଂସ୍କୃତି ମିଡିଆ ) -ବରଗଡ଼ ଜିଲା ବିଜେପୁର ବ୍ଲକ କନାପାଲି ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଁଚି କାନାପାଲି ପମ୍ପ ହାଉସର ପରିଦର୍ଶନ କରିଥିଲେ ଏବଂ ଆୟୋଜିତ ଉଦ୍ଘାଟନୀ ସଭାରେ ଯୋଗଦେଇ ଜିଲ୍ଲାର ବହୁ ପ୍ରତିକ୍ଷୀତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର ଉଦ୍ଘାଟନ କରିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଭିତ୍ତପ୍ରସ୍ତର ସ୍ଥାପନ କରିଥିଲେ। ସେହିପରି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହ ନାଥ ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ଉଦଘାଟନ କରିଥିଲେ । ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ବରଗଡ଼ ଜିଲ୍ଳା ପାଇଁ ଆଉ ଏକ ସବୁଜ କ୍ରାନ୍ତି ଆଣିବାକୁ ଯାଉଛି । ନବୀନ ପଟ୍ଟନାୟକଙ୍କ ସରକାର ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଜରିଆରେ ବରଗଡ଼ ଜିଲ୍ଳାର ବିଜେପୁର ଓ ସୋହେଲା ବ୍ଳକର ୧୦୦ ଟି ଗାଁକୁ ଜଳସେଚନ ବ୍ୟବସ୍ଥା ଯୋଗାଇ ଦେବା ସହ ବରପାଲିର ୨୨ ଟି ଓ ସୁବର୍ଣ୍ଣପୁର ଜିଲ୍ଳା ଡୁଙ୍ଗୁରିପାଲିର ୭ ଟି ଗାଁର ଚାଷୀ ଜଳସେଚନର ସୁବିଧା ପାଇପାରିବେ । ଯାହାକୁ ନେଇ ଚାଷୀ ମହଲରେ ଖୁସିର ଲହରୀ ଖେଳି ଯାଇଛି । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଘୋଷଣା ହୋଇଥିବା 100 ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କ୍ୟାନସର ହସପିଟାଲର ମଧ୍ୟ ଲୋକାର୍ପଣ ହୋଇଛି । ହେଲେ ପଦ୍ମପୁର କୁ ଜିଲ୍ଲା ମାନ୍ୟତା ନେଇ ମୁହଁ ଖୋଲିଲେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ଏହାକୁ ନେଇ ପଦ୍ମପୁରବାସୀ କ୍ଷୁବ୍ଧ ହୋଇଛନ୍ତି l

ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ। ଦେଇଥିଲେ। ଏବେ ସାରା ରାଜ୍ୟରେ ରୂପାନ୍ତର ପର୍ବ ଚାଲିଛି ବୋଲି କହି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ, ମା’ ସମଲେଇ ପ୍ରକଳ୍ପ ଭକ୍ତମାନଙ୍କ ପାଇଁ ସୁନ୍ଦର ଅନୁଭବ ଆଣିଛି ଏବଂ ଆଜି ଉଦ୍‌ଘାଟିତ ହୋଇଥିବା ରୂପାନ୍ତରିତ ପ୍ରସିଦ୍ଧ ନୃସିଂହନାଥ ପୀଠ ମଧ୍ୟ ଓଡ଼ିଶାର ଗୌରବକୁ ଆହୁରି ବୃଦ୍ଧି କରିବ ବୋଲି ସେ କହିଥିଲେ।

ରାଜ୍ୟରେ ୫ଟି ଉପକ୍ରମରେ ଚାଲିଥିବା ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଏହି ରୂପାନ୍ତର କାର୍ଯ୍ୟକ୍ରମରେ ହାଇସ୍କୁଲ ରୂପାନ୍ତରଣ ସଫଳତା ଅର୍ଜନ କରିଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ୪ କୋଟି ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି। ପରିବହନ ସେବାରେ ଲକ୍ଷ୍ମୀ ବସ୍‌ ଯୋଜନା ଗାଁରେ ଲୋକଙ୍କ ଜୀବନ ଧାରାକୁ ସହଜ କରିଛି। ବଡ ବଡ ଜଳସେଚନ ପ୍ରକଳ୍ପ ଠିକ୍‌ ସମୟରେ ଶେଷ ହେଉଛି। ଆଜି ଓଡିଶା ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାରା ଦେଶକୁ ଖାଦ୍ୟ ଯୋଗାଉଛି। ଏଥିରେ ବରଗଡ଼ ଜିଲ୍ଲାର ଚାଷୀ ଭାଇମାନଙ୍କର ବହୁତ ବଡ଼ ଅବଦାନ ରହିଛି ବୋଲି ସେ କହିଥିଲେ। କ୍ରୀଡ଼ା କ୍ଷେତ୍ରରେ ଓଡିଶାର ସୁନାମ ବଢିଛି। ସେଥିରେ ବ୍ୟାଡମିଣ୍ଟନ ତାରକା ପ୍ରମୋଦ ଭଗତଙ୍କର ବିଶେଷ ଅବଦାନ ରହିଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ

ବରଗଡ଼ରେ କ୍ୟାନସର ଡାକ୍ତରଖାନା ପାଇଁ ମୁଁ କହିଥିଲି। ଆଜି ମୁଁ ତାହା ପୂରଣ କରିଛି। ପଶ୍ଚିମ ଓଡ଼ିଶାର ରୋଗୀମାନଙ୍କୁ ଏହା ଉତ୍ତମ ସେବା ଯୋଗାଇ ଦେବ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ୫ଟି ଉପକ୍ରମରେ ସାରା ରାଜ୍ୟରେ ୧୧ଟି କ୍ୟାନସର ହସ୍ପିଟାଲ କରାଯାଉଛି। ଏଥିପାଇଁ ୧ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ଆଜି ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ ଜରିଆରେ ଜିଲ୍ଲାର ଚାଷୀମାନଙ୍କର ଜମିକୁ ପାଣି ଯୋଗାଇବା ଆରମ୍ଭ ହେଲା। ଏହି ପ୍ରକଳ୍ପ ଜରିଆରେ ଜିଲ୍ଲାର ୬୦ ହଜାର ଏକରରୁ ଅଧିକ ଜମିକୁ ପାଣି ମିଳିବ। ଜିଲ୍ଲାର ସୋହେଲା, ବିଜେପୁର, ବରପାଲି ଓ ଡୁଙ୍ଗୁରିପାଲି ବ୍ଲକର ଚାଷୀମାନେ ଏହା ଦ୍ୱାରା ବିଶେଷ ଉପକୃତ ହେବେ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଚାଷୀ ଭାଇଭଉଣୀ, ମିଶନ ଶକ୍ତି ମା ଓ ଯୁବ ବର୍ଗଙ୍କୁ ବିନା ସୁଧରେ ଋଣ ଦିଆଯାଉଛି। କଲେଜ ପିଲାମାନଙ୍କ ମଧ୍ୟରେ ନୂଆ-ଓ ଛାତ୍ରବୃତ୍ତି ଆଶା ସଞ୍ଚାର କରିଛି। ସମସ୍ତଙ୍କ ସହଯୋଗରେ ଓଡ଼ିଶାରେ ଆଜି ରୂପାନ୍ତର ଆସିଛି ବୋଲି କହି ଏହି ଧାରା ଆହୁରି ଆଗକୁ ବଢିବ ଏବଂ ଆମେ ସମସ୍ତେ ମିଶି ଏକ ନୂଆ ଓଡିଶା ଗଢିବା ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଯୋଗଦେଇ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ଯେତେବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗଙ୍ଗାଧର ମେହେର ପ୍ରକଳ୍ପ ଘୋଷଣା କରିଥିଲେ ସେତେବେଳେ ବହୁ ଲୋକ ଏହା ଉପରେ ସନ୍ଦେହ ସୃଷ୍ଟି କରିଥିଲେ। ହୀରାକୁଦ ବନ୍ଧରୁ ବିଜେପୁର ୩୫ ମିଟର ଉଚ୍ଚରେ ଅବସ୍ଥିତ । କିନ୍ତୁ ସବୁ ସନ୍ଦେହକୁ ଦୂର କରି ମୁଖ୍ୟମନ୍ତ୍ରୀ ଦୃଢ ଇଚ୍ଛାଶକ୍ତି ବଳରେ ଆଧୁନିକ ଟେକନୋଲୋଜି ପ୍ରୟୋଗରେ ଏହାକୁ ସଫଳ କରିଛନ୍ତି। ଆଜି ମହାନଦୀରୁ ପାଇପ ଯୋଗେ ହଜାର ହଜାର ଏକର ଜମିକୁ ପାଣି ମିଳିଲା। ନିକଟରେ ରାଜ୍ୟ ସରକାର ବିଭିନ୍ନ କଲ୍ୟାଣକାରୀ ଯୋଜନାଗୁଡ଼ିକରେ ହିତାଧିକାରୀମାନଙ୍କର ଭତ୍ତା ବୃଦ୍ଧି କରିଛନ୍ତି। ଉପସ୍ଥିତ ଜନସାଧାରଣଙ୍କ ସହିତ ମତ ବିନିମିୟ କରି ଶ୍ରୀ ପାଣ୍ଡିଆନ ମମତା, ମଧୁବାବୁ ଯୋଜନା, ବୁଣାକାର, କଳାକାର, କେନ୍ଦୁପତ୍ର ତୋଳାଳୀ ଆଦି ସମସ୍ତଙ୍କ ପାଇଁ ହୋଇଥିବା ନୂଆ ବର୍ଦ୍ଧିତ ସହାୟତା ଉପରେ ସଚେତନ କରିଥିଲେ। କାର୍ଯ୍ୟକ୍ରମରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ବିଧାୟକ ଦେବେଶ ଆଚାର୍ଯ୍ୟ, ବିଧାୟିକା ବର୍ଷା ସିଂ ବରିହା ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ବରଗଡ଼ ଜିଲ୍ଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଧ୍ୟାନ ରହିଛି। ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷଙ୍କ ଆନ୍ତରିକତା ଯୋଗୁ ଆଜି ବରଗଡ଼ ଜିଲ୍ଲାର ବିକାଶ ସମ୍ଭବ ହୋଇଛି ବୋଲି ସେମାନେ କହିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଓ ଜିଲ୍ଲା ପରିଷଦ ସଭାପତି ମାନିନୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


Leave a Reply

Your email address will not be published. Required fields are marked *

error: Content is protected !!