Deprecated: Optional parameter $options declared before required parameter $messages is implicitly treated as a required parameter in /home/sanskrit/public_html/wp-content/plugins/wp-registration/inc/classes/class.settings.php on line 121

Deprecated: Optional parameter $value declared before required parameter $field_index is implicitly treated as a required parameter in /home/sanskrit/public_html/wp-content/plugins/wp-registration/inc/classes/class.field.php on line 279
ପରଲୋକରେ ଦାମ ରାଉତ // ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ – Sanskriti Media
Deprecated: strpos(): Passing null to parameter #1 ($haystack) of type string is deprecated in /home/sanskrit/public_html/wp-content/plugins/latest-posts-block-lite/src/fonts.php on line 50

Deprecated: strpos(): Passing null to parameter #1 ($haystack) of type string is deprecated in /home/sanskrit/public_html/wp-content/plugins/magic-content-box-lite/src/fonts.php on line 50

ପରଲୋକରେ ଦାମ ରାଉତ // ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୨୨ା୩: (ସଂସ୍କୃତି ମିଡ଼ିଆ )-ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋର୍‌ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି l ଖବର ପାଇ ଦାମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ବହୁ ଦିନ ଧରି କିଡ୍‌ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ସେଠାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍‌ ଡେଡ୍‌ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ। ଆଜି ତାଙ୍କର ଦେହାନ୍ତ ହୋଇଛି। ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍‌ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦ୍ବାରା ପ୍ରଭାବିତ ହୋଇ ରାଜନୀତିରେ ପ୍ରବେଶ କରିଥିଲେ ଦାମ ରାଉତ। ବିଜୁବାଙ୍କ ଏକାନ୍ତ ଅନୁଗତ ଭାବେ ଶେଷ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୧୧ରେ ଦଳର କିଛି ନେତାଙ୍କ ବିରୋଧରେ ମନ୍ତବ୍ୟ ଦେଇ ସେ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଥିଲେ। କିନ୍ତୁ ୨୦୧୨ରେ ପୁଣି ମନ୍ତ୍ରିମଣ୍ଡଳରେ ତାଙ୍କୁ ସାମିଲ କରାଯାଇଥିଲା। ୨୦୧୮ରେ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା। ଏହା ପରେ ସେ ବିଜେପିରେ ଯୋଗ ଦେଇ ୨୦୧୯ରେ ବାଲିକୁଦା -ଏରସମା ଆସନରୁ ନିର୍ବାଚନ ଲଢିଥିଲେ। କିନ୍ତୁ ସେଠାରୁ ପରାଜିତ ହୋଇଥିଲେ। ପରେ ବିଜେପି ଦଳ ଛାଡ଼ିଥିଲେ ଦାମୋଦର । ନିକଟରେ ଜାନୁଆରୀ ୧ ତାରିଖରେ ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ବିଜେଡି ବହିଷ୍କାର ଆଦେଶ ହଟାଇଥିଲା । ତାଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଏକ ଯୁଗର ଅନ୍ତ ଘଟିଛି।


Leave a Reply

Your email address will not be published. Required fields are marked *

error: Content is protected !!