କର୍ମୀଟିକ୍ରାରେ ହିନ୍ଦୁ ନବବର୍ଷ ପାଳିତ

filter: 0; fileterIntensity: 0.0; filterMask: 0; brp_mask:0; brp_del_th:null; brp_del_sen:null; delta:null; module: photo;hw-remosaic: false;touch: (-1.0, -1.0);sceneMode: 8;cct_value: 0;AI_Scene: (-1, -1);aec_lux: 0.0;aec_lux_index: 0;albedo: ;confidence: ;motionLevel: -1;weatherinfo: null;temperature: 44;
ସରଣ୍ଡା,9/4(ସଂସ୍କୃତି ମିଡ଼ିଆ ) ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କର୍ମୀଟିକ୍ରାଠାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ପକ୍ଷରୁ ମଙ୍ଗଳବାର ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି l ଗ୍ରାମରେ ଥିବା ଆରଏସଏସ ସଦସ୍ୟ ହୃଦାନନ୍ଦ ପାତ୍ରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ଉତ୍ସବରେ ସଂଘର ହୃଷିକେଶ ବାଗ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ଭାଜପା ବରଗଡ଼ ଲୋକସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଅତାବିରା ବିଧାୟକ ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ସଂମ୍ମାନିତ ଅତିଥିଭାବେ ଯୋଗ ଦେଇ ହିନ୍ଦୁ ନବବର୍ଷର ପାଳନର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ l