ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ହେବ ପାଠପଢ଼ା // ଅପ୍ରେଲ ୨୫ରୁ ଗ୍ରୀଷ୍ମ ଛୁଟି ଘୋଷଣା

0

ଭୁବନେଶ୍ୱର,୨୧/୪(ସଂସ୍କୃତି ମିଡ଼ିଆ )- ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି l ଏହାକୁ ଦୃଷ୍ଟିରେ ରଖି ସରକାର ଗତ ୧୮ , ୧୯ ଏବଂ ୨୦ ତିନି ଦିନ ପ୍ରାରମ୍ଭରୁ ଦ୍ୱାଦଶ ଶ୍ରେଣୀ ପଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରିଥିଲେ l ରବିବାର ପୁଣି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ଚିଠି ସଂଖ୍ୟା IPR/SME(Od)/381/21-04-2024ରେ ସରକାରଙ୍କ ପକ୍ଷରୁ ଆସନ୍ତାକାଲି ଠାରୁ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ହେବ ପାଠପଢ଼ା ଏବଂ ଅପ୍ରେଲ ୨୫ରୁ ଗ୍ରୀଷ୍ମ ଛୁଟି ଘୋଷଣାର ସୂଚନା ଦିଆଯାଇଛି l

ଆର୍ଥତ୍ ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଖୋଲା ରହିବ। ସେହିପରି ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ/ଶିକ୍ଷକମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍କୁଲ ପରିଚାଳନା କରାଯିବ।

 


Leave a Reply

Your email address will not be published. Required fields are marked *

error: Content is protected !!