ଘୁଡୁକାଟିକ୍ରା ସ୍ୱରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଶିବିର ଅନୁଷ୍ଠିତ

0

ଗୋଡଭଗା:ତା.୧୪/୧୧ (ସଂସ୍କୃତି ମିଡିଆ) ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହର ଲାଲ ନେହୁରୁଙ୍କ ଜନ୍ମତିଥି ଶିଶୁ ଦିବସ ଅବସରରେ ସମ୍ବଲପୁର ଜିଲ୍ଲା ଧନକଉଡ଼ା ବ୍ଲକ୍ କଳାମାଟି ପଞ୍ଚାୟତ ଅନ୍ତର୍ଗତ ଘୁଡୁକାଟିକ୍ରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବର୍ଣ୍ଣାଢ଼୍ୟ ଶିଶୁ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏଥିରେ ସାମିଲ ହୋଇଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଭ୍ୟସଭ୍ୟା ଓ ପ୍ରଧାନ ଆଚାର୍ଯ୍ୟଙ୍କ ସମେତ ଗୁରୁଜୀ ଗୁରୁମା ସମୂହ ସାମିଲ ହୋଇଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Leave a Reply

Your email address will not be published. Required fields are marked *

error: Content is protected !!