କ୍ଲଷ୍ଟର ସ୍ତରୀୟ ଅବସର କାଳୀନ ସମ୍ବର୍ଦ୍ଧନା ସଭା 

0

ଅତାବିରା, ୧୫/୮(ସଂସ୍କୃତି ମିଡ଼ିଆ)-ଶନିବାର ଦିନ ଅତାବିରା ବ୍ଲକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବାଞ୍ଜିପାଲି ଠାରେ ବୁଗବୁଗା କ୍ଲଷ୍ଟର ସ୍ତରୀୟ ଅବସର କାଳୀନ ସମ୍ବର୍ଦ୍ଧନା ସଭା ସି.ଆର୍.ସି.ସି. ନନ୍ଦିଘୋଷ ଭୁଏ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଶିକ୍ଷା ଅଧିକାରୀ ବରଗଡ଼ ଶ୍ରୀଯୁକ୍ତ ସରୋଜ କୁମାର ଭୁଏ, ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅତାବିରା କାର୍ତ୍ତିକ ବାଗ ଏବଂ ମୁକେଶ ଭୋଇ ଯୋଗଦାନ କରିଥିଲେ । ସଭାରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାବେବିରାର ପ୍ରାକ୍ତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ କଳ୍ପନା ପତି ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟର ର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ । ଅତିଥି ବୃନ୍ଦ କଳ୍ପନା ପତି ଙ୍କ ସମୟାନୁବର୍ତ୍ତିତା ଗୁଣ କୁ ପ୍ରଶଂସା କରି ସମସ୍ତଙ୍କୁ ସମୟାନୁବର୍ତ୍ତୀ ହେବାକୁ ପରାମର୍ଶ ଦେଇଥିଲେ । ଅତିଥି ମାନଙ୍କ ଦ୍ୱାରା ତାଙ୍କୁ ଉପଢୌକନ ଏବଂ ମାନପତ୍ର ଦେଇ ସମ୍ମାନିତ କରିଥିଲେ । ପ୍ରଧାନ ଶିକ୍ଷକ ସନ୍ତୋଷ କର ସଭା ପରିଚାଳନାରେ ସହଯୋଗ କରିଥିବା ବେଳେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବ ପ୍ରସାଦ ପଣ୍ଡା,ସହକାରୀ ଶିକ୍ଷକ ଜଗମୋହନ ଭୁଏ ଏବଂ କ୍ଲଷ୍ଟର ର ଶିକ୍ଷକ ଶିକ୍ଷୟିତ୍ରୀ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ । ଶିକ୍ଷକ ଦିନେଶ କୁମାର ମହାକୁର ଧନ୍ୟବାଦ୍ ଅର୍ପଣ କରିଥିଲେ ।


Leave a Reply

Your email address will not be published. Required fields are marked *

error: Content is protected !!