ଝିଲିମିଣ୍ଡା ରେ ଜାତୀୟ ଗଣିତ ଦିବସ ପାଳିତ

0

ସରଣ୍ଡା,୨୨/୧୨-(ସଂସ୍କୃତି ମିଡ଼ିଆ ବ୍ୟୁରୋ )- ଶୁକ୍ରବାର ଦିନ ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ଜାତୀୟ ଗଣିତ ଦିବସ” ପାଳିତ ହୋଇଯାଇଅଛି।ଏହି ଅବସରରେ ସମାଜ ସେବୀ ଶ୍ରୀଯୁକ୍ତ ପୂର୍ଣ୍ଣ ଚନ୍ଦ୍ର ତରିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ଗଣିତ ଦିବସ ବିଷୟରେ ମାର୍ଗ ଦର୍ଶନ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ଶ୍ରୀମାନ୍ ତାପସ ଭୋଇ ଯୋଗ ଦେଇ ଜାତୀୟ ଗଣିତ ଦିବସ ବିଷୟରେ ବକ୍ତବ୍ୟ ରଖିଥିଲେ। ଶିଶୁ ବାଟିକା ପ୍ରମୁଖ ସୁଶ୍ରୀ କୁନ୍ତୀ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଗୁରୁମା ଶ୍ରୀମତୀ ଶ୍ରୁତି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ।


Leave a Reply

Your email address will not be published. Required fields are marked *

error: Content is protected !!