ଆସୁଛି ଲଘୁଚାପ ୧୬ରେ ବର୍ଷା
ଭୁବନେଶ୍ୱର -ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାତ୍ରି ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ୧୬ ତାରିଖ ବାର୍ଷିବ ବର୍ଷା ବୋଲି ଆକଳନ କରାଯାଇଛି l
ପ୍ରାପ୍ତ ଖବରରୁ ପ୍ରକାଶ ଯେ, ୧୫ ତାରିଖରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୧୬ ତାରିଖରେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ (ଅବପାତ)ରେ ପରିଣତ ହେବ। ଲଘୁଚାପ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମୁହାଁ ହେବାର ସମ୍ଭାବନା ରହିଛି। ଉପକୂଳ ଅତିକ୍ରମ କରିବା ବେଳେ ଏହା ବାତ୍ୟାରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି ।
ତେବେ ଆଜିକାଲି ମଧ୍ୟରେ ଏ ନେଇ ଚିତ୍ର ସ୍ପଷ୍ଟ ହେବ। ଲଘୁଚାପ ଓଡ଼ିଶା ଉପକୂଳ ଦେଇ ଗଲାବେଳେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ସହ ପ୍ରବଳ ବର୍ଷା ହେବ। ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ରାତ୍ରିରୁ ବର୍ଷା ଆରମ୍ଭ ହେବ। ୧୬ ରୁ ୧୮ ତାରିଖରେ କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ନଭେମ୍ବର ୨୦ ତାରିଖ ଯାଏ ଉପକୂଳ ଜିଲାରେ ହାଲକା ବର୍ଷା ଲାଗି ରହିବ।